Masthead

ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ ପ୍ରଭାବ ନ ଥିବାରୁ ବର୍ଷା କମିଛି। କେଉଁଠି ଝିପି ଝିପି ତ ଆଉ କେଉଁଠି ଅସରାଏ ଦି’ ଅସରା ବର୍ଷା ହେଉଛି। ଏବେ ସେପରି ବଡ଼ ଧରଣର ବର୍ଷା ସମ୍ଭାବନା ନ ଥିବାବେଳେ ଆସନ୍ତା ୭ ଦିନଯାଏ ଏ ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୯ ତାରିଖ ବେଳକୁ ବର୍ଷା ବଢ଼ିବା ସମ୍ଭାବନା ଥିବାରୁ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟାରେ କୋରାପୁଟ ଜିଲା ବୋରିଗୁମାରେ ସର୍ବାଧିକ ୩୬ ମିମି ବର୍ଷା ହୋଇଥିବା ବେଳେ ନୟାଗଡ଼ ଜିଲା ଦଶପଲ୍ଲାରେ ୭.୯ ମିମି ବର୍ଷା ରେକର୍ଡ ହୋଇଛି । ସେହିପରି ଗୁରୁବାର ପୁରୀରେ ରାଜ୍ୟର ସର୍ବାଧିକ ୩୪.୮ ଡିଗ୍ରୀ ସେଲ୍‌ସିୟସ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ବୌଦ୍ଧରେ ତାପମାତ୍ରା ସର୍ବନିମ୍ନ ୧୯ ଡିଗ୍ରୀ ରହିଥିଲା ।

ସେପ୍ଟେମ୍ବର ୩ରୁ  ୯ ଓ ୧୦ରୁ ୧୬ ତାରିଖ ପାଇଁ ପାଣିପାଗ  ପୂର୍ବାନୁମାନ ଜାରି ହୋଇଛି । ଏହି ଆକଳନ  ବିଶ୍ଳେଷଣରୁ ଅନୁମାନ କରାଯାଉଛି, ଆସନ୍ତା  ୯ ତାରିଖ ପାଖାପାଖି ପଶ୍ଚିମ କେନ୍ଦ୍ରୀୟ ଓ  ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ  ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ  ସେଇ ଅଞ୍ଚଳ ଉପରେ ୧୩ ତାରିଖବେଳକୁ  ଏକ ଲଘୁଚାପ ସୃଷ୍ଟି ହୋଇପାରେ । ସମ୍ଭାବ୍ୟ ଲଘୁଚାପ ଯୋଗୁ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା ଅଛି । ଓଡ଼ିଶା ସମେତ  ଝାଡ଼ଖଣ୍ଡରେ ବି ପ୍ରବଳ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ପୁଣି ମୁହାଁମୁହିଁ ଇରାନ୍-ଆମେରିକା 🔴 ୩ଟି ଜିଲ୍ଲାରେ ଆହୁରି ବର୍ଷିବ 🔴 ଲୋକଭବନକୁ IGBC ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ 🔴 ମାସେ ହେଲା ଠପ୍‌ ରୋଷେଇ, ଅଙ୍ଗନୱାଡି ଆସୁ ନାହାନ୍ତି ପିଲା 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ପୁଣି ମୁହାଁମୁହିଁ ଇରାନ୍-ଆମେରିକା 🔴 ୩ଟି ଜିଲ୍ଲାରେ ଆହୁରି ବର୍ଷିବ 🔴 ଲୋକଭବନକୁ IGBC ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ 🔴 ମାସେ ହେଲା ଠପ୍‌ ରୋଷେଇ, ଅଙ୍ଗନୱାଡି ଆସୁ ନାହାନ୍ତି ପିଲା