Masthead

୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ବଡ଼ କବର ବ୍ୟୁରୋ):  ରାଜ୍ୟରେ ବଦଳିଛି ପାଣିପାଗ । ତାତିରୁ ମିଳିଛି ଆଶ୍ୱସ୍ତି । କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ତାତିରୁ ମିଳିଛି ତ୍ରାହି । ସ୍ୱାଭାବିକରୁ ତାପମାତ୍ରା ୫ରୁ ୭ ଡିଗ୍ରୀ କମ ରହିଛି । ଫଳରେ ଅଧିକାଂଶ ସ୍ଥାନରେ ତାପମାତ୍ରା ୩୦ ଡିଗ୍ରୀ ତଳେ ରହୁଥିବା ରେକର୍ଡ କରାଯାଇଛି । ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ଆଲର୍ଟ ଦେଇଛି ପାଣିପାଗ ବିଭାଗ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

ଏଥିପାଇଁ ପାଣିପାଗ ବିଭାଗ ଆସନ୍ତା ଦୁଇଦିନ ପାଇଁ ୟେଲୋ ୱାର୍ଣ୍ଣି ଜାରି କରିଛି । ତେବେ ଆହୁରି ଦୁଇରୁ ତିନି ପର୍ୟ୍ୟନ୍ତ ରାଜ୍ୟରେ ଏହିଭଳି ପାଗ ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଆଜି ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ