Before Header

କୋହଲା ପବନ ସାଙ୍ଗକୁ ହାଲୁକା ବର୍ଷା

0 980

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମା ଝଡର ପ୍ରଭାବ । ରାଜ୍ୟର ବିଭିନ୍ନ ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ଜାରି ରହିଛି ହାଲୁକା ବର୍ଷା । ଟୁଇନ୍ ସିଟିରେ ବି ଏହାର ପ୍ରଭାବ ଦେଖିବାକୁ ମିଳିଛି । କିଛି ସ୍ଥାନରେ ଘଡଘଡି ସହ ବର୍ଷା ବି ଦେଖିବାକୁ ମିଳିଛି । ୩ ଘଣ୍ଟା ପାଇଁ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଝାରସୁଗୁଡା, ସୁନ୍ଦରଗଡ, ନୂଆପଡା. ସମ୍ବଲପୁର, ବରଗଡ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ଅନୁଗୁଳ ଓ ଦେବଗଡ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଲାଗି ରହିଛି ବର୍ଷା ।

ସେପଟେ ୧୩ ତାରିଖଠାରୁ ତାତି ବଢ଼ିବ । ୧୫ ତାରିଖ ଭିତରେ ତାତି ୩ରୁ ୪ ଡିଗ୍ରୀ ବଢ଼ିଯିବ । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ତାତି ୪୦ ଡିଗ୍ରୀ ଟପିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରାଜ୍ୟରେ ପଶ୍ଚିମ ତଥା ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହ ବଢ଼ିବାରୁ ଦିନ ତାପମାତ୍ରା ବଢ଼ିବ । ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ୪୦ ଡିଗ୍ରୀ ବା ଅଧିକ ତାପମାତ୍ରା ରେକର୍ଡ ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.