Masthead

ତାତିରୁ ମିଳିବ ନାହିଁ ତ୍ରାହି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରୁ ମିଳିବ ନାହିଁ ତ୍ରାହି । କଲବଲ କରୁଛି ଖରା । ସକାଳେ ଘରୁ ବାହାରିବା ବି ମୁସକିଲ ହୋଇପଡ଼ୁଛି । ରାତିରେ ବି ମିଳିବ ନାହିଁ ତ୍ରାହି । ଆଜିଠୁ ଗ୍ରୀଷ୍ମ ପ୍ରବାହ ଶିଖରକୁ ଛୁଇଁବ ବୋଲି ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । କିଛି ଅଞ୍ଚଳରେ ଦିନର ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି । ଆଜିଠୁ ଆସନ୍ତା ରବିବାର ଅର୍ଥାତ ୨୦ ତାରିଖ ଯାଏଁ ରାଜ୍ୟର ୪ଟି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ ।

ସେହି ଜିଲ୍ଲାଗୁଡିକ ହେଉଛି ମୟୂରଭଞ୍ଜ, ନୟାଗଡ, ନୂଆପଡା ଓ ଗଜପତି ଜିଲ୍ଲା । ତେଣୁ ଏହି ୪ ଜିଲ୍ଲାକୁ ସିଭିୟର ହିଟ ୱେଭ ପାଇଁ ଦୁଇ ଦିନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ସମସ୍ତଙ୍କୁ ପରାମର୍ଶ ଦିଆଯାଇଛି । ଆଗାମୀ ୫ ଦିନ ଯାଏଁ ଦିନରେ ଖରା ଓ ରାତିର ଗରମ ଲୋକଙ୍କୁ ନାକେଦମ୍ କରିବ । ଆଜି ଓ ଆସନ୍ତାକାଲି ମୁଖ୍ୟତଃ ପାଗ ଶୁଖିଲା ରହିବ ।

ତେବେ ୨୦ ତାରିଖରୁ ୨୩ ତାରିଖ ମଧ୍ୟରେ ପାଗ ମେଘୁଆ ରହିବା ସହ କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ଆଜି ବାରିପଦାର ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି । ସେହିପରି ମାଲକାନଗିରି, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳରେ ତାପମାତ୍ରା ୪୪ ଡିଗ୍ରୀ ମଧ୍ୟରେ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ