ତାତିରୁ ମିଳିବ ନାହିଁ ତ୍ରାହି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରୁ ମିଳିବ ନାହିଁ ତ୍ରାହି । କଲବଲ କରୁଛି ଖରା । ସକାଳେ ଘରୁ ବାହାରିବା ବି ମୁସକିଲ ହୋଇପଡ଼ୁଛି । ରାତିରେ ବି ମିଳିବ ନାହିଁ ତ୍ରାହି । ଆଜିଠୁ ଗ୍ରୀଷ୍ମ ପ୍ରବାହ ଶିଖରକୁ ଛୁଇଁବ ବୋଲି ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । କିଛି ଅଞ୍ଚଳରେ ଦିନର ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି । ଆଜିଠୁ ଆସନ୍ତା ରବିବାର ଅର୍ଥାତ ୨୦ ତାରିଖ ଯାଏଁ ରାଜ୍ୟର ୪ଟି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ ।

ସେହି ଜିଲ୍ଲାଗୁଡିକ ହେଉଛି ମୟୂରଭଞ୍ଜ, ନୟାଗଡ, ନୂଆପଡା ଓ ଗଜପତି ଜିଲ୍ଲା । ତେଣୁ ଏହି ୪ ଜିଲ୍ଲାକୁ ସିଭିୟର ହିଟ ୱେଭ ପାଇଁ ଦୁଇ ଦିନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ସମସ୍ତଙ୍କୁ ପରାମର୍ଶ ଦିଆଯାଇଛି । ଆଗାମୀ ୫ ଦିନ ଯାଏଁ ଦିନରେ ଖରା ଓ ରାତିର ଗରମ ଲୋକଙ୍କୁ ନାକେଦମ୍ କରିବ । ଆଜି ଓ ଆସନ୍ତାକାଲି ମୁଖ୍ୟତଃ ପାଗ ଶୁଖିଲା ରହିବ ।

ତେବେ ୨୦ ତାରିଖରୁ ୨୩ ତାରିଖ ମଧ୍ୟରେ ପାଗ ମେଘୁଆ ରହିବା ସହ କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ଆଜି ବାରିପଦାର ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି । ସେହିପରି ମାଲକାନଗିରି, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳରେ ତାପମାତ୍ରା ୪୪ ଡିଗ୍ରୀ ମଧ୍ୟରେ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’