Masthead

ଭାସୁଛି ଓଡ଼ିଶା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୨ ଦିନ ରାଜ୍ୟରେ ପ୍ରବଳ ବର୍ଷା । ରବିବାର ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିବା ବେଳେ ସୋମବାର ପାଇଁ ପଶ୍ଚିମ ଓଡ଼ିଶାର ଜିଲ୍ଲା ପାଇଁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ରବିବାର ସୁଦ୍ଧା ଓଡ଼ିଶାର ବିଭିନ୍ନ ସ୍ଥାନରେ ରେକର୍ଡ ବର୍ଷା ହୋଇଛି । ପୁରୀରେ ସର୍ବାଧିକ ୧୮୧.୭ ମିଲିମିଟର , ଭୁବନେଶ୍ବରରେ ୧୨୨.୩ ମିଲିମିଟର, ପାରାଦୀପ ୫୩.୬ ମିଲିମିଟର ରେକର୍ଡ କରାଯାଇଛି ।

ପାଣିପାଗ ବିଭାଗର ରେଡ୍ ଓ୍ବାର୍ଣ୍ଣିଂ ଅନୁସାରେ ଯଦି ରାତି ତମାମ ଭୁବନେଶ୍ୱରରେ ବର୍ଷା ଜାରି ରହେ ଏବଂ ଆଉ ମାତ୍ର ୪୪ ମିମି ଅଧିକ ବର୍ଷା ହୁଏ, ତାହେଲେ ୧୯୫୮ ମସିହା ସେପ୍ଟେମ୍ବର ମାସର ୨୪ ଘଣ୍ଟାର ବର୍ଷା ରେକର୍ଡ ଭାଙ୍ଗିବ। ସମ୍ବଲପୁର, ଦେବଗଡ, ଅନୁଗୁଳ, ସୋନପୁର ଏବଂ ବରଗଡ ଜିଲ୍ଲାପାଇଁ ପ୍ରବଳରୁ ପ୍ରବଳତର ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି ।

ସେହିପରି ବଲାଙ୍ଗିର, ଝାରସୁଗୁଡା, ସୁନ୍ଦରଗଡ, ବୈାଦ୍ଧ, କେନ୍ଦୁଝର, ଢେଙ୍କାନାଳ ଏବଂ କଟକ ପାଇଁ ଅରେଞ୍ଜ ଆଲର୍ଟ କରାଯାଇଛି। ନୂଆପଡା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କେନ୍ଦ୍ରାପଡା, ଜଗତସିଂପୁର, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ ମୟୂରଭଞ୍ଜ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା ୧୪ତାରିଖ ପାଇଁ ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଏବଂ କେନ୍ଦୁଝର ଜିଲ୍ଲା ପାଇଁ ୟେଲୋ ୱାର୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ