Masthead

ଭାସୁଛି ଓଡ଼ିଶା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୨ ଦିନ ରାଜ୍ୟରେ ପ୍ରବଳ ବର୍ଷା । ରବିବାର ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିବା ବେଳେ ସୋମବାର ପାଇଁ ପଶ୍ଚିମ ଓଡ଼ିଶାର ଜିଲ୍ଲା ପାଇଁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ରବିବାର ସୁଦ୍ଧା ଓଡ଼ିଶାର ବିଭିନ୍ନ ସ୍ଥାନରେ ରେକର୍ଡ ବର୍ଷା ହୋଇଛି । ପୁରୀରେ ସର୍ବାଧିକ ୧୮୧.୭ ମିଲିମିଟର , ଭୁବନେଶ୍ବରରେ ୧୨୨.୩ ମିଲିମିଟର, ପାରାଦୀପ ୫୩.୬ ମିଲିମିଟର ରେକର୍ଡ କରାଯାଇଛି ।

ପାଣିପାଗ ବିଭାଗର ରେଡ୍ ଓ୍ବାର୍ଣ୍ଣିଂ ଅନୁସାରେ ଯଦି ରାତି ତମାମ ଭୁବନେଶ୍ୱରରେ ବର୍ଷା ଜାରି ରହେ ଏବଂ ଆଉ ମାତ୍ର ୪୪ ମିମି ଅଧିକ ବର୍ଷା ହୁଏ, ତାହେଲେ ୧୯୫୮ ମସିହା ସେପ୍ଟେମ୍ବର ମାସର ୨୪ ଘଣ୍ଟାର ବର୍ଷା ରେକର୍ଡ ଭାଙ୍ଗିବ। ସମ୍ବଲପୁର, ଦେବଗଡ, ଅନୁଗୁଳ, ସୋନପୁର ଏବଂ ବରଗଡ ଜିଲ୍ଲାପାଇଁ ପ୍ରବଳରୁ ପ୍ରବଳତର ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି ।

ସେହିପରି ବଲାଙ୍ଗିର, ଝାରସୁଗୁଡା, ସୁନ୍ଦରଗଡ, ବୈାଦ୍ଧ, କେନ୍ଦୁଝର, ଢେଙ୍କାନାଳ ଏବଂ କଟକ ପାଇଁ ଅରେଞ୍ଜ ଆଲର୍ଟ କରାଯାଇଛି। ନୂଆପଡା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କେନ୍ଦ୍ରାପଡା, ଜଗତସିଂପୁର, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ ମୟୂରଭଞ୍ଜ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା ୧୪ତାରିଖ ପାଇଁ ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଏବଂ କେନ୍ଦୁଝର ଜିଲ୍ଲା ପାଇଁ ୟେଲୋ ୱାର୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ