Masthead

ମେ’ ରେ ଆହୁରି ଜଳିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରୁ ମିଳିପାରେ ଆଶ୍ୱସ୍ତି । ଆଜି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ପାଣିପାଗ ବିଭାଗର ସୂଚନା ଅନୁସାରେ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ବଙ୍ଗୋପସାଗର ଅଞ୍ଚଳରୁ ପ୍ରବାହିତ ବାୟୁର ସକ୍ରିୟତା ବୃଦ୍ଧି ସହ ଧୀରେ ଧୀରେ ଜଳୀୟ ବାଷ୍ପର ମାତ୍ରା ବୃଦ୍ଧି ପାଇଛି ।

ଫଳରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଏହି ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ଉତ୍ତପ୍ତ ବାୟୁମଣ୍ଡଳ ପରସ୍ପର ସଂସ୍ପର୍ଶରେ ପ୍ରତିକ୍ର୍ରିୟା ଯୋଗୁ କାଳବୈଶାଖୀ ବର୍ଷା ହୋଇପାରେ । ତେବେ ମେ’ ମାସରେ କେମିତି ରହିବ ଗ୍ରୀଷ୍ମର ପ୍ରକୋପ ଚଳିତ ମାସ ଶେଷ ସୁଦ୍ଧା ବିବରଣୀ ଜାରି କରାଯିବ ବୋଲି କହିଛି ଭାରତୀୟ ପାଣିପାଗ ବିଭାଗ । ଏସବୁ ଭିତରେ ଗତକାଲି ଏ ବର୍ଷ ପ୍ରଥମ ଥର ପାଇଁ ୪୪ ଡିଗ୍ରୀ ପାର୍ କରିଛି ରାଜ୍ୟର ତାତି । ବୌଦ୍ଧର ତାପମାତ୍ରା ସର୍ବାଧିକ ୪୪.୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ