Masthead

ମେ’ ରେ ଆହୁରି ଜଳିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରୁ ମିଳିପାରେ ଆଶ୍ୱସ୍ତି । ଆଜି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ପାଣିପାଗ ବିଭାଗର ସୂଚନା ଅନୁସାରେ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ବଙ୍ଗୋପସାଗର ଅଞ୍ଚଳରୁ ପ୍ରବାହିତ ବାୟୁର ସକ୍ରିୟତା ବୃଦ୍ଧି ସହ ଧୀରେ ଧୀରେ ଜଳୀୟ ବାଷ୍ପର ମାତ୍ରା ବୃଦ୍ଧି ପାଇଛି ।

ଫଳରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଏହି ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ଉତ୍ତପ୍ତ ବାୟୁମଣ୍ଡଳ ପରସ୍ପର ସଂସ୍ପର୍ଶରେ ପ୍ରତିକ୍ର୍ରିୟା ଯୋଗୁ କାଳବୈଶାଖୀ ବର୍ଷା ହୋଇପାରେ । ତେବେ ମେ’ ମାସରେ କେମିତି ରହିବ ଗ୍ରୀଷ୍ମର ପ୍ରକୋପ ଚଳିତ ମାସ ଶେଷ ସୁଦ୍ଧା ବିବରଣୀ ଜାରି କରାଯିବ ବୋଲି କହିଛି ଭାରତୀୟ ପାଣିପାଗ ବିଭାଗ । ଏସବୁ ଭିତରେ ଗତକାଲି ଏ ବର୍ଷ ପ୍ରଥମ ଥର ପାଇଁ ୪୪ ଡିଗ୍ରୀ ପାର୍ କରିଛି ରାଜ୍ୟର ତାତି । ବୌଦ୍ଧର ତାପମାତ୍ରା ସର୍ବାଧିକ ୪୪.୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ