୩୦ ସହର ୪୦ ଡିଗ୍ରୀ ଉପରେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜଳୁଛି ଓଡ଼ିଶା । ତତଲା ତାୱାରେ ଭାଜି ହେଉଛି ରାଜଧାନୀ । ଯୁଆଡ଼େ ଚାହିଁଲେ ଖରା ଖାଲି ଖରା । ତାତିରୁ ମିଳୁନି ନିସ୍ତାର । ବିପଜ୍ଜନକ ସ୍ତର ଛୁଇଁଲାଣି ୟୁଭି ମାତ୍ରା, ଆଜିଠୁ କାଁ ଭାଁ କାଳବୈଶାଖୀ ବର୍ଷା ସମ୍ଭାବନା । ଗତକାଲି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା ବୌଦ୍ଧ ଓ ବାରିପଦା । ୩୦ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା । ହିଟୱେଭ ନେଇ ଆଜି ପାଇଁ ମୟୂରଭଞ୍ଜ, କେନ୍ଦୁଝର ଓ ଅନୁଗୁଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମଲହରି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ଆଜି ସାମାନ୍ୟ ଆଶ୍ୱସ୍ତି ଦେଇପାରେ କାଳବୈଶାଖୀ । ଆଜିଠୁ ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହୋଇପାରେ । ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍ ହ୍ରାସ ନେଇ ବିଭାଗ ପୂର୍ବାନୁମାନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’