Masthead

ଆହୁରି ୨ ଦିନ ସିଭିୟର ହିଟ ୱେଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମଙ୍ଗଳବାର ଥିଲା ଚଳିତ ଗ୍ରୀଷ୍ମର ବର୍ତ୍ତମାନ ସୁଦ୍ଧା ସବୁଠୁ ଉତ୍ତପ୍ତ ଦିନ। ୪୪ ଡିଗ୍ରୀ କିମ୍ବା ତାଠାରୁ ଅଧିକ ତାତିରେ ଜଳିଥିଲା ରାଜ୍ୟର ୧୫ ସହର। ୨୪ ସହରରେ ପାରଦ ୪୩ ଡିଗ୍ରୀ ପାର୍ କରିଥିଲା। ବାରିପଦା ବିଶ୍ୱର ଦ୍ବିତୀୟ ଉତ୍ତପ୍ତ ସହର ପାଲଟିବା ବେଳେ ବାଲେଶ୍ୱର ତୃତୀୟ ଓ ଭୁବନେଶ୍ୱର ଦଶମ ସ୍ଥାନରେ ପହଞ୍ଚିଛି। ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା । ଆହୁରି ୨ ଦିନ ଯାଏଁ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ସତର୍କ କରିଦେଇଛି ପାଣିପାଗ ବିଭାଗ । ଆଜିଠୁ ଆହୁରି ୨ ଦିନ ସିଭିୟର ହିଟ ୱେଭ ବା ଭୀଷଣ ଗ୍ରୀଷ୍ମ ପ୍ରବାହ ଜାରି ରହିବ ।

ଆଜି ପାଇଁ ୧୧ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।ଏସବୁ ଜିଲ୍ଲାଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ , ଯାଜପୁର, କଟକ ଓ ବୌଦ୍ଧ । ଏହି ୧୧ ଜିଲ୍ଲାରେ ଆଜି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ସେହିପରି ରାଜ୍ୟର ୧୨ଟି ଜିଲ୍ଲାକୁ ଅରେଞ୍ଜ ଓ ୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଭୀଷଣ ଗ୍ରୀଷ୍ମ ପ୍ରବାହ ସହ ରେଡ ଅଲର୍ଟର ସତର୍କତା ଥିବା ବେଳେ ୩ ତାରିଖ ବେଳକୁ ପାଗରେ ପରିବର୍ତ୍ତନ ସହ ସାମାନ୍ୟ ତାପମାତ୍ରାରେ ହ୍ରାସ ହେବାର ସମ୍ଭାବନା ରହିଛି । ମେ ୫ ତାରିଖରେ ରାଜ୍ୟରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ