Before Header

କଲବଲ କରୁଛି ତାତି, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

0 865

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଲବଲ କରୁଛି ତାତି । ରାଜ୍ୟରେ ଗ୍ରୀଷ୍ମ ଲହରୀ ଭିତରେ ଆଜି ମଧ୍ୟ ଖରା ପ୍ରକୋପ ଜାରି ରହିବ। ହିଟୱେଭ୍ ନେଇ ଆଜି ୧୦ ଜିଲ୍ଲାକୁ ଅରେଞ୍ଜ ଓ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗର କେନ୍ଦ୍ରର ସୂଚନାଅନୁସାରେ ନୟାଗଡ଼, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର ଓ ଝାରସୁଗୁଡ଼ାରେ ଟାଣ ଖରା ହେବ। ଏଥିପାଇଁ ଏହି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିପରି ୧୧ ଜିଲ୍ଲାକୁ ଦିଆଯାଇଛି ୟେଲୋ ମଧ୍ୟ ଜାରି କରାଯାଇଛି।ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।୫ ତାରିଖ ପରେ ରାଜ୍ୟରେ ଦିନ ତାପମାତ୍ରା ୨ରୁ ୫ଡିଗ୍ରୀ ସେଲସିୟସ୍ ଖସିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

Leave A Reply

Your email address will not be published.