Masthead

ବଦଳିଲା ପାଗ, ବର୍ଷା ପରେ ବଢିଲା ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଦଳିଲା ପାଗ । ବର୍ଷା ପରେ ବଢିଲା ଶୀତ । ଦୁଇ ଦିନରେ ତାପମାତ୍ରା କମିଲା ୫ ଡିଗ୍ରୀ । ଗତ ୪ ତାରିଖରେ ଭୁବନେଶ୍ୱର ସହରର ସର୍ବୋଚ୍ଚ ତାପମାତ୍ରା ୨୮ ଦଶମିକ ୪ ଡିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୨୨ ଦଶମିକ ୬ ଡିଗ୍ରୀ ରହିଥିଲ । ୫ ତାରିଖରେ ସର୍ବୋଚ୍ଚ ତାପମାତ୍ରା ୨୮ ଦଶମିକ ୮ ଓ ସର୍ବନିମ୍ନ ତାପମାତ୍ରା ୨୧ ଦଶମିକ ୫ ଥିଲା । ରାତିରେ ଥଣ୍ଡା ଜାରି ରହିଥିବାରୁ ତାପମାତ୍ରା ଅହୁରି କମିବ ବୋଲି ଆଶା କରାଯାଉଛି ।

ସେପଟେ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରୁଛି ବାତ୍ୟା ମିଗଜୋମ୍ । ଏହା ତେଲେଙ୍ଗାନା ଉପକୂଳରେ କେନ୍ଦ୍ରୀଭୁତ ଥିବା ବେଳେ ଆଜି ଲଘୁଚାପ ଭାବରେ ଛତିଶଗଡ ମୁହାଁ ହେବ । ପ୍ରଭାବରେ ଆଜି ବି ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ହାଲୁକାରୁ ମଧ୍ୟମଧରଣ ବର୍ଷା ସହ ଉପକୂଳରେ ପବନ ମଧ୍ୟ ବହିବ ।

ଗଞ୍ଜାମ, ଗଜପତି, ରାୟଗଡା, ମାଲକାନିଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ସହ ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଭଦ୍ରକରେ ବର୍ଷା ହେବ । ଟୁଇନ୍ ସିଟି କଟକ ଭୁବନେଶ୍ବରରେ ମାଗ ମେଘୁଆ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବର୍ଷାରେ ବିଭିନ୍ନ ସ୍ଥାନରେ ଫସଲ ନଷ୍ଟ ହୋଇଛି । ଆସନ୍ତାକାଲିଠୁ ପାଗ ବଦଳିବା ପରେ ତୁରନ୍ତ କ୍ଷୟକ୍ଷତିର ସମୀକ୍ଷା କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ