Masthead

ବଦଳିଲା ପାଗ, ବର୍ଷା ପରେ ବଢିଲା ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଦଳିଲା ପାଗ । ବର୍ଷା ପରେ ବଢିଲା ଶୀତ । ଦୁଇ ଦିନରେ ତାପମାତ୍ରା କମିଲା ୫ ଡିଗ୍ରୀ । ଗତ ୪ ତାରିଖରେ ଭୁବନେଶ୍ୱର ସହରର ସର୍ବୋଚ୍ଚ ତାପମାତ୍ରା ୨୮ ଦଶମିକ ୪ ଡିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୨୨ ଦଶମିକ ୬ ଡିଗ୍ରୀ ରହିଥିଲ । ୫ ତାରିଖରେ ସର୍ବୋଚ୍ଚ ତାପମାତ୍ରା ୨୮ ଦଶମିକ ୮ ଓ ସର୍ବନିମ୍ନ ତାପମାତ୍ରା ୨୧ ଦଶମିକ ୫ ଥିଲା । ରାତିରେ ଥଣ୍ଡା ଜାରି ରହିଥିବାରୁ ତାପମାତ୍ରା ଅହୁରି କମିବ ବୋଲି ଆଶା କରାଯାଉଛି ।

ସେପଟେ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରୁଛି ବାତ୍ୟା ମିଗଜୋମ୍ । ଏହା ତେଲେଙ୍ଗାନା ଉପକୂଳରେ କେନ୍ଦ୍ରୀଭୁତ ଥିବା ବେଳେ ଆଜି ଲଘୁଚାପ ଭାବରେ ଛତିଶଗଡ ମୁହାଁ ହେବ । ପ୍ରଭାବରେ ଆଜି ବି ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ହାଲୁକାରୁ ମଧ୍ୟମଧରଣ ବର୍ଷା ସହ ଉପକୂଳରେ ପବନ ମଧ୍ୟ ବହିବ ।

ଗଞ୍ଜାମ, ଗଜପତି, ରାୟଗଡା, ମାଲକାନିଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ସହ ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଭଦ୍ରକରେ ବର୍ଷା ହେବ । ଟୁଇନ୍ ସିଟି କଟକ ଭୁବନେଶ୍ବରରେ ମାଗ ମେଘୁଆ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବର୍ଷାରେ ବିଭିନ୍ନ ସ୍ଥାନରେ ଫସଲ ନଷ୍ଟ ହୋଇଛି । ଆସନ୍ତାକାଲିଠୁ ପାଗ ବଦଳିବା ପରେ ତୁରନ୍ତ କ୍ଷୟକ୍ଷତିର ସମୀକ୍ଷା କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା