Masthead

ବଦଳିବ ପାଗ, ତାତିରୁ ମିଳିବ ତ୍ରାହି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ); ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ପୂର୍ବ ଭଳି ଜାରି ରହିଛି। ଉପକୂଳ ଜିଲ୍ଲାଗୁଡ଼ିକରେ ଯଦିଓ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି, ପଶ୍ଚିମ ଓଡ଼ିଶାରେ ଲୋକେ ତାତିରେ ଛଟପଟ ହେଉଛନ୍ତି। ଝାରସୁଗୁଡାରେ ପାରା ୪୪ ଡିଗ୍ରି ରେକର୍ଡ କରାଯାଇଛି। କେନ୍ଦୁଝରରେ ୪୩, ସମ୍ବଲପୁରରେ ୪୨.୭, ରାଉରକେଲାରେ ୪୨.୨, ହୀରାକୁଦରେ ୪୧.୮, ଚାନ୍ଦବାଲିରେ ୪୦.୨, ଭୁବନେଶ୍ବରରେ ୩୯.୯ ଓ ବାଲେଶ୍ବରରେ ୩୯.୨ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି। ତେବେ ଆଜିଠୁ ପାଗରେ ଆସିପାରେ ପରିବର୍ତନ । ଦିନର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମପାରେ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।

ଆଜି ପାଇଁ ୬ ଜିଲ୍ଲା ଏବଂ ୭ ତାରିଖରେ ୨୦ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ୮ ତାରିଖରେ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାକୁ ଛାଡ଼ି ଅନ୍ୟ ସ୍ଥାନରେ ବଜ୍ରପାତ ଓ ଝଡ଼ ତୋଫାନ ଆଶଙ୍କା । ଏ ନେଇ ସତର୍କ ସୂଚନା ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । କିଛି ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କିଲୋମିଟର ରହିପାରେ । ଏହି ସମୟରେ ସମୁଦ୍ର ମଧ୍ୟ ଅଶାନ୍ତି ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ