Masthead

ବଦଳିବ ପାଗ, ତାତିରୁ ମିଳିବ ତ୍ରାହି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ); ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ପୂର୍ବ ଭଳି ଜାରି ରହିଛି। ଉପକୂଳ ଜିଲ୍ଲାଗୁଡ଼ିକରେ ଯଦିଓ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି, ପଶ୍ଚିମ ଓଡ଼ିଶାରେ ଲୋକେ ତାତିରେ ଛଟପଟ ହେଉଛନ୍ତି। ଝାରସୁଗୁଡାରେ ପାରା ୪୪ ଡିଗ୍ରି ରେକର୍ଡ କରାଯାଇଛି। କେନ୍ଦୁଝରରେ ୪୩, ସମ୍ବଲପୁରରେ ୪୨.୭, ରାଉରକେଲାରେ ୪୨.୨, ହୀରାକୁଦରେ ୪୧.୮, ଚାନ୍ଦବାଲିରେ ୪୦.୨, ଭୁବନେଶ୍ବରରେ ୩୯.୯ ଓ ବାଲେଶ୍ବରରେ ୩୯.୨ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି। ତେବେ ଆଜିଠୁ ପାଗରେ ଆସିପାରେ ପରିବର୍ତନ । ଦିନର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମପାରେ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।

ଆଜି ପାଇଁ ୬ ଜିଲ୍ଲା ଏବଂ ୭ ତାରିଖରେ ୨୦ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ୮ ତାରିଖରେ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାକୁ ଛାଡ଼ି ଅନ୍ୟ ସ୍ଥାନରେ ବଜ୍ରପାତ ଓ ଝଡ଼ ତୋଫାନ ଆଶଙ୍କା । ଏ ନେଇ ସତର୍କ ସୂଚନା ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । କିଛି ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କିଲୋମିଟର ରହିପାରେ । ଏହି ସମୟରେ ସମୁଦ୍ର ମଧ୍ୟ ଅଶାନ୍ତି ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ