Masthead

ଘଡ଼ଘଡ଼ି ସହ ବର୍ଷା ଆଶଙ୍କା, ୧୬ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସକ୍ରିୟ କାଳବୈଶାଖୀ । ଉତ୍ତର ଉପକୂଳରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କ । ୧୬ ଜିଲ୍ଲାକୁ ଆଲର୍ଟ । ଉତ୍ତର ଉପକୂଳ ଓଡ଼ିଶାରେ ବଢ଼ିବ କାଳବୈଶାଖୀ । ଶନିବାର ଉତ୍ତର ଉପକୂଳର ଅନେକ ସ୍ଥାନ ଓ ଦକ୍ଷିଣ ଉପକୂଳର ଅଳ୍ପ କିଛି ଜାଗାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶାର ସ୍ଥାନେ ସ୍ଥାନେ ବି ବର୍ଷା ସମ୍ଭାବନା ଅଛି । ଶନିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି, ରାୟଗଡ଼ାରେ କାଳବୈଶାଖୀ ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ହୋଇପାରେ ।

ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଶଙ୍କା ନେଇ ୱାର୍ଣ୍ଣିଂ ଜାରି ହୋଇଛି । ୧୫ ଓ ୧୬ରେ ବଡ଼ଧରଣର କାଳବୈଶାଖୀ ସମ୍ଭାବନା କମ୍ । ତଥାପି କିଛି ଜାଗାରେ ବର୍ଷା ହେବ । ଆସନ୍ତା ୪-୫ ଦିନ ଯାଏଁ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ