Masthead

୧୯ରୁ ପୁଣି ବଢିବ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) ରାଜ୍ୟକୁ ପୁଣି ଫେରିବ ତାତି। ୧୯ରୁ ପୁଣି ବଢିବ ତାତି । ଆସନ୍ତା ୨୪ ଘଣ୍ଟା ପରେ ବଢିବ ତାପମାତ୍ରା। ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କାଲିଠୁ ରାଜ୍ୟରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବା ନେଇ ଆକଳନ କରାଯାଇଛି। ତେବେ ଆଗାମୀ ୨ ଦିନ ବିକ୍ଷିପ୍ତ ବର୍ଷା ଦେଖିବାକୁ ମିଳିବ। ୩ ଦିନ ପରେ ବର୍ଷାର ପରିମାଣ କମି ପାଗ ଶୁଖିଲା ରହିବ।

ତେବେ ଆଗାମୀ ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ହିଟ୍ ଓ୍ଵେଭ ସ୍ଥିତି ନାହିଁ। ସେପଟେ କେନ୍ଦ୍ରୀୟ ଓ ଦକ୍ଷିଣ ଉପକୂଳର ଅଧିକାଂଶ ସ୍ଥାନରେ ୧୭ ଯାଏ ବର୍ଷା ସମ୍ଭାବନା ଅଛି । ୧୬ ଓ ୧୭ରେ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ । ତେବେ ୧୯ରୁ ତାତି ବଢ଼ିବ । କନ୍ଧମାଳ ଓ ଫୁଲବାଣୀ ଅଞ୍ଚଳରେ ପାଗ ଶୁଖିଲା ରହିବା ସହ ତାପମାତ୍ରା ୪୦ ଟପିବ । ସେହିଭଳି ଆସ୍କାରେ ତାତି ୪୧ ଓ ୪୨ ଡିଗ୍ରୀ ପାଖାପାଖି ରହିବ ବୋଲି ସେ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ତେବେ ୧୫ ତାରିଖରେ ମାଲକାନଗିରି, ନବରଙ୍ଗପୁର, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ଯାଜପୁରର କିଛିସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧୬ରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୧୭ ଓ ୧୮ରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼