କାଲିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିନକ ପରେ ତାତିରୁ ମିଳିବ ଆଶ୍ୱସ୍ତି । କାଲିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ମୌସୁମୀ ବାୟୁ ଏବେ କୋରାପୁଟ ଓ ମାଲକାନଗିରିରେ ସକ୍ରିୟ ଥିବା ବେଳେ ଏବେ ଏହା ଆଗକୁ ବଢିବା ପାଇଁ ପାଗ ଅନୁକୂଳ ରହିଛି । ଆଜି ଉପକୂଳ ଓଡ଼ିଶା ସହିତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖି ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ଆଶଙ୍କା ରହିଛି । ଆସନ୍ତା ୧୭ ତାରିଖରୁ ରାଜ୍ୟରେ ବଡ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ଉତ୍ତର ଉପକୂଳ ସହ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ । ୧୯ ତାରିଖରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡା, କୋରାପୁଟ ଏବଂ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଳବୈଶାଖୀ ବର୍ଷା ହେଲେ ବି ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଏବଂ ନୂଆପଡାରେ ଗ୍ରୀଷ୍ମପ୍ରବାହ ନେଇ ୟେଲୋ ଆଲର୍ଟ ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’