Masthead

୨୬ରୁ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଫଳରେ ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ତିନି ଦିନ ପାଇଁ ଝଡ଼ ତୋଫାନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ବିଜୁଳି, ଘଡଘଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୨୫ ତାରିଖ ପାଇଁ ୧୭ ଜିଲ୍ଲାକୁ ଝଡ଼ତୋଫାନ ଚେତାବନୀ ଜାରି ହୋଇଛି । ଆସନ୍ତା ୨୬ ତାରିଖ ଅର୍ଥାତ ବୁଧବାର ଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ରାଜ୍ୟର ୨୪ଟି ଜିଲ୍ଲାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସ୍ପର୍ଶ କରିଛି। ପାଗ ଅନୁକୂଳ ଥିବାରୁ ମୌସୁମୀ ପୁଣି ସକ୍ରିୟା ହେବା ସହ ବିଭିନ୍ନ ଜିଲାକୁ ପ୍ରବେଶ କରୁଛି।

ସେପଟେ ବନ୍ୟା ନିୟନ୍ତ୍ରଣ, ନଦୀ ପୁନରୁଦ୍ଧାର ଓ ଜଳପଥର ଉନ୍ନତୀକରଣ ପାଇଁ ରାଜ୍ୟରେ ଗଠନ ହେବ ୪ଟି ବୈଷୟିକ କମିଟି । ମୁଖ୍ୟମନ୍ତ୍ରୀ ସାମ୍ଭାବ୍ୟ ବନ୍ୟା ପାଇଁ ଗତକାଲି ଉଚ୍ଚସ୍ତରୀୟ ବୈଠକ ଡକାଇଥିଲେ । ବନ୍ୟା ନିୟନ୍ତ୍ରଣ ଲାଗି ଏବେଠୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ନିର୍ଦ୍ଦେଶ ଦେଇଥିଲେ। ଜଳ ସମ୍ପଦ ବିଭାଗର ବିଳମ୍ବିତ ପ୍ରକଳ୍ପ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ବିଭାଗୀୟ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବନ୍ୟା ନିୟନ୍ତ୍ରଣ କକ୍ଷ ୨୪ ଘଣ୍ଟିଆ ଖୋଲିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଦୁର୍ବଳ ନଦୀବନ୍ଧ ଅଧିକ ସୁଦୃଢ଼ କରିବା ଓ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ