Masthead

୮ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଯୋଗୁଁ ୪ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି। ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେ ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ। ସେହିପରି କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ବରଗଡ଼ରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣେ ବିଜୁଳି, ଘଡ଼ଘଡ଼ି ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ଆଜି ପ୍ରବଳ ବର୍ଷା ନେଇ ଗଜପତି, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର ଏବଂ ନୂଆପଡାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି ଏବଂ କୋରାପୁଟକୁ ସତର୍କତା ଜାରି କରାଯାଇଛି । ସେହିଭଳି ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ନବରଙ୍ଗପୁର ଏବଂ ନୂଆପଡାକୁ ସତର୍କତା ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୯ ତାରିଖରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିଲେ ମଧ୍ୟ ତାହା ଆହୁରି ଅଧିକ ଘନୀଭୁତ ହେବ କି ନାହିଁ ତାହା ଆକଳନ କରାଯାଇନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ