Masthead

୮ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଯୋଗୁଁ ୪ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି। ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେ ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ। ସେହିପରି କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ବରଗଡ଼ରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣେ ବିଜୁଳି, ଘଡ଼ଘଡ଼ି ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ଆଜି ପ୍ରବଳ ବର୍ଷା ନେଇ ଗଜପତି, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର ଏବଂ ନୂଆପଡାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି ଏବଂ କୋରାପୁଟକୁ ସତର୍କତା ଜାରି କରାଯାଇଛି । ସେହିଭଳି ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ନବରଙ୍ଗପୁର ଏବଂ ନୂଆପଡାକୁ ସତର୍କତା ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୯ ତାରିଖରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିଲେ ମଧ୍ୟ ତାହା ଆହୁରି ଅଧିକ ଘନୀଭୁତ ହେବ କି ନାହିଁ ତାହା ଆକଳନ କରାଯାଇନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’