୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆହୁରି ୩ ଦିନ ବର୍ଷିବ। ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ମୂଷଳଧାରରେ ବର୍ଷା ହେବ। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାର କିଛି ସ୍ଥାନରେ ୧୨ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ।

ଆଜି ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ବାଲେଶ୍ୱର, କେନ୍ଦୁଝର, ମୟୂରଭଂଜ, ଯାଜପୁର, କଟକ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ଆଜିଠାରୁ ୩୦ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ସଂଲଗ୍ନ ଜିଲ୍ଲା ଗୁଡ଼ିକରେ କାଳବୈଶାଖୀ ପ୍ରଭାବ ଲାଗିରହିବ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସହ କିଛି ଜାଗାରେ ଘଂଟାପ୍ରତି ୩୦ରୁ ୪୦ କି.ମି ବେଗରେ ପବନ ବହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ