Masthead

ସକ୍ରିୟ ହେଉଛି ଲଘୁଚାପ, ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିଛି । ଆହୁରୀ ଦୁଇ ଦିନ ପର୍ୟ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରବିବାର ଉତ୍ତର ଓଡ଼ିଶାର ମୟୁରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳ ଓ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ରହିଛି ସୃଷ୍ଟ ଲଘୁଚାପ ।

ବଲାଙ୍ଗୀର, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଯାଜପୁର, ଖୋର୍ଦ୍ଧା ଆଦି ଜିଲ୍ଲାରେ ବର୍ଷା ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥି ସହିତ ସମୁଦ୍ର ଅଶାନ୍ତ ରହିବା କାରଣରୁ ଆଗାମୀ ୩ ଦିନ ଯାଏଁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟରେ ପ୍ରବେଶ କରିବାକୁ ମଧ୍ୟ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ