Masthead

୨୩ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଆଜି ଅବପାତ ରୂପ ନେଇଛି । ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୪ କିମି ବେଗରେ ଗତି କରୁଛି । ଏବେ ପୁରୀ ଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୪୦ କିମି ଦୂରରେ ଅବପାତ । ଗୋପାଳପୁରରୁ ପୂର୍ବ-ଉତ୍ତରପୂର୍ବ ଦିଗରେ ୬୦ କିମି ଦୂରରେ ଅବପାତ । ଏହା ପ୍ରଭାବରେ ଆସନ୍ତା ୨୩ ତାରିଖ ଯାଏ ରାଜ୍ୟରେ ନିର୍ଧୁମ ବର୍ଷିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ । ଆଜି ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏ ସବୁ ଜିଲ୍ଲାରେ ୭୦ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ବରଗଡ଼, ସୋନପୁର, ସମ୍ବଲପୁର, ଅନୁଗୁଳ, ଝାରସୁଗୁଡ଼ା, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ନବରଙ୍ଗପୁର ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହୋଇପାରେ । ୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ବରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ୨୨ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୩ ତାରିଖ ବି ବର୍ଷା ଜାରି ରହିବ । ଆଗକୁ ପ୍ରବଳ ବର୍ଷା ହେବାର ଥିବାରୁ ଏଥିପାଇଁ ପ୍ରସ୍ତୁତ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଯେଉଁ ସବୁ ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ଅଛି ସେଠାରେ ଆଗୁଆ ପ୍ରସ୍ତୁତି କରିବାକୁ ଜିଲ୍ଲାପାଳଙ୍କୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼