Masthead

୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୫ ଯାଏଁ ରାଜ୍ୟ ବର୍ଷା ସମ୍ଭାବନା । ସକ୍ରିୟ ମୌସୁମୀ ଓ ଅବପାତ ପଭାବରେ ରାଜ୍ୟ ପ୍ରବଳ ବର୍ଷା ସମ୍ଭାବନା । ବିଶେଷକରି ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଏଥିସହ କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, କଳାହାଣ୍ଡି, ରାୟଗଡା ଓ ଗଜପତିରେ ମଧ୍ୟ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଚିଲିକା ହ୍ରଦ ସଂଲଗ୍ନ ଓଡ଼ିଶା ଉପକୂଳରେ ଥିବା ଅବପାତ ଏବେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଏହା କ୍ରମଶଃ ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ଆସନ୍ତା ୪ ଦିନ ବର୍ଷା ହେବ । ୨୩ ତାରିଖ ଯାଏ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟର ଏକାଧିକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି । ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକରେ ସର୍ବାଧିକ ୨୨୧ମିମି ବର୍ଷା ହୋଇଛି । ମାଲକାନଗିରି ଜିଲ୍ଲାରେ ୧୯୦ମିମି, ନବରଙ୍ଗପୁରରେ ୭୦.୧, କୋରାପୁଟରେ ୬୭.୪ ମିମି ବର୍ଷା ହୋଇଛି । ଚିତ୍ରକୋଣ୍ଡା, କୋରୁକୁଣ୍ଡା, ଖଇରପୁଟ ଓ କାଲିମେଳା ଭଳି ୪ଟି ବ୍ଲକ୍ରେ ୨୦୦ମିମିରୁ ଅଧିକ ବର୍ଷା ହୋଇଛି । ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସୂଚନା ଅନୁସାରେ, ନିର୍ଧୁମ ବର୍ଷା ଢାଳିବା ଯୋଗୁ ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର ଏକାଧିକ ସ୍ଥାନରେ ରାସ୍ତା ଓ ବ୍ରିଜ୍ ବୁଡ଼ି ଯାଇଛି ।

ପୋଟେରୁ ନଦୀ ଜଳସ୍ତର ବଢ଼ିବା ୪ ଯୋଗୁ ୩୨୬ନଂ ଜାତୀୟ ରାଜପଥ ଜଳମଗ୍ନ ହୋଇଛି । ୨୧ରେ ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ, ଦେବଗଡ଼, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୨ ଓ ୨୩ରେ ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି । ୨୪ରେ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ୭୦ରୁ ୧୧୦ମିମି ଯାଏ ବର୍ଷା ହୋଇପାରେ । ଆସନ୍ତା ୨୩ ତାରିଖ ଯାଏ ଉତ୍ତର ଓଡ଼ିଶା ସମେତ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିବ ବୋଲି ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି । ୨୬ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ କିଛି ସ୍ଥାନରେ ବର୍ଷା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା