Masthead

ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଧୀରେ ଧୀରେ ଦୁର୍ବଳ ହେଉଥିବା ବେଳେ ଏବେ ଏହା ସଦୃଶ ଲଘୁଚାପ ଅବସ୍ଥାରେ ରହିଛି। ଏହି ଲଘୁଚାପଟି ଓଡ଼ିଶାଠାରୁ ଦୂରକୁ ଯାଉଥିବାରୁ ଉପକୂଳରେ ବର୍ଷା କମିବାରେ ଲାଗିଛି। ଅନ୍ୟପଟେ ଦକ୍ଷିଣ ଓଡ଼ିଶାରେ ଏହି ଲଘୁଚାପର ପ୍ରଭାବ ଅଧିକ ରହିବାକୁ ହେତୁ ସେଠାରେ ବର୍ଷାର ପ୍ରକୋପ ଅଧିକ ରହିଛି। ସେପଟେ ଗୋଟିଏ ଲଘୁଚାପ ଯାଉଯାଉ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆକଳନ କରାଯାଉଛି ଯେ ଆସନ୍ତା ୨୫ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ।

ଏହି ଲଘୁଚାପ ଯୋଗୁଁ ଉତ୍ତର ଓଡ଼ିଶା ଓ ଏହାର ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବର୍ଷାର ପ୍ରକୋପ ଅଧିକ ହୋଇପାରେ। ଏଥିପାଇଁ ୨୫ ତାରିଖରୁ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି। ଆଜି ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଜି କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ସେମି ପର୍ୟ୍ୟନ୍ତ ବର୍ଷା ହୋଇପାରେ। ଅନ୍ୟପଟେ ଗତ ୨୪ ଘଣ୍ଟାରେ ମାଲକାନଗିରିରେ ୮୨ ମିମି ବର୍ଷା ହୋଇଥିବା ବେଳେ ନୂଆପଡ଼ାରେ ୨୫ ମିମି ବର୍ଷା ରେକର୍ଡ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ