Masthead

ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଧୀରେ ଧୀରେ ଦୁର୍ବଳ ହେଉଥିବା ବେଳେ ଏବେ ଏହା ସଦୃଶ ଲଘୁଚାପ ଅବସ୍ଥାରେ ରହିଛି। ଏହି ଲଘୁଚାପଟି ଓଡ଼ିଶାଠାରୁ ଦୂରକୁ ଯାଉଥିବାରୁ ଉପକୂଳରେ ବର୍ଷା କମିବାରେ ଲାଗିଛି। ଅନ୍ୟପଟେ ଦକ୍ଷିଣ ଓଡ଼ିଶାରେ ଏହି ଲଘୁଚାପର ପ୍ରଭାବ ଅଧିକ ରହିବାକୁ ହେତୁ ସେଠାରେ ବର୍ଷାର ପ୍ରକୋପ ଅଧିକ ରହିଛି। ସେପଟେ ଗୋଟିଏ ଲଘୁଚାପ ଯାଉଯାଉ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆକଳନ କରାଯାଉଛି ଯେ ଆସନ୍ତା ୨୫ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ।

ଏହି ଲଘୁଚାପ ଯୋଗୁଁ ଉତ୍ତର ଓଡ଼ିଶା ଓ ଏହାର ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବର୍ଷାର ପ୍ରକୋପ ଅଧିକ ହୋଇପାରେ। ଏଥିପାଇଁ ୨୫ ତାରିଖରୁ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି। ଆଜି ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଜି କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ସେମି ପର୍ୟ୍ୟନ୍ତ ବର୍ଷା ହୋଇପାରେ। ଅନ୍ୟପଟେ ଗତ ୨୪ ଘଣ୍ଟାରେ ମାଲକାନଗିରିରେ ୮୨ ମିମି ବର୍ଷା ହୋଇଥିବା ବେଳେ ନୂଆପଡ଼ାରେ ୨୫ ମିମି ବର୍ଷା ରେକର୍ଡ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା