Masthead

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସକ୍ରିୟ ମୌସୁମୀ ଟ୍ରପଲାଇନ ସହ ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କଟକ, କେନ୍ଦ୍ରାପଡା ଏବଂ ଜଗତସିଂହପୁରକୁ ୟେଲୋ ଆଲର୍ଟ ଜାରି ହୋଇଛି । ସେହିଭଳି ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ସତର୍କ କରିଛି ପାଣିପାଗ କେନ୍ଦ୍ର । କାଲି ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏଥିପାଇଁ କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ସମେତ ୧୭ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ଆକସ୍ମିକ ବନ୍ୟାର ପରିସ୍ଥିତି ସୃଷ୍ଟି ହେବା ସହ କଚ୍ଚା ରାସ୍ତା ଏବଂ କଚ୍ଚା ଘର ପ୍ରଭାବିତ ହୋଇପାରେ।

ବର୍ଷା ସମୟରେ ଦୃଶ୍ୟମାନ ଦୂରତା କମିବା ସହ ଟ୍ରାଫିକ ସମସ୍ୟା ଉପୁଜିବ । ଚଳିତମାସ ଶେଷ ଓ ଅଗଷ୍ଟ ପ୍ରଥମ ସପ୍ତାହରେ ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହା ଅଧିକ ଘନୀଭୂତ ନ ହେଲେ ବି ବର୍ଷା ଲାଗି ରହିବ । ଓଡ଼ିଶା ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେଲେ ମଧ୍ୟ ତାହା ଘନୀଭୁତ ହେବା ବେଳକୁ ଛତିଶଗଡ, ପଶ୍ଚିମବଙ୍ଗ, ଦିଲ୍ଲୀ ଏବଂ ଗୁଜୁରାଟରେ ବର୍ଷାର ତାଣ୍ଡବ ଦେଖିବାକୁ ମିଳୁଛି । ତେଣୁ ଓଡ଼ିଶାରେ ପାଗ ମେଘୁଆ ରହିବା ସହ କିଛି ସ୍ଥାନରେ ଅଧିକ ବର୍ଷା ହେବ । ଅନ୍ୟପଟେ ଜୁନ୍ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ଠାରୁ ୧୨ ପ୍ରତିଶତ ନିଅଁଣ୍ଟିଆ ବର୍ଷା ହୋଇଛି । ମାଲକାନଗିରି ଜିଲ୍ଲାରେ ସ୍ବାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ଟି ଜିଲ୍ଲାରେ ଅଧିକ ଏବଂ ୧୪ ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା