Masthead

ଡିସେମ୍ବର ଅଧାରେ ଶୀତର ରାଜୁତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ଶୀତର ଲହରୀ । ହଠାତ ବଢିଲା ଶୀତ । ୧୫ ଡିଗ୍ରୀ ତଳେ ୨୩ ସହରର ତାପମାତ୍ରା । ପ୍ରବଳ ଶୀତ ସାଙ୍ଗକୁ କୁହୁଡି ପାଗ ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରୁଛି । ଡିସେମ୍ବର ଅଧାରେ ଶୀତ ରାଜୁତି । ଅଦିନିଆ ବର୍ଷା ଛାଡ଼ିବା ପରେ, ରାଜ୍ୟରେ ହଠାତ୍ ପଡିଛି ଶୀତ ବଢିଛି । କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀରୁ ତଳକୁ ଖସିବା ଫଳରେ, ଏହା ସାଧାରଣ ଜୀବନ ଯାତ୍ରାକୁ ପ୍ରଭାବିତ କରିଛି ।

କନ୍ଧମାଳ ଜିଲ୍ଲାରେ ବିଳମ୍ଭରେ ଶୀତ ଛୁଇଁଥିବା ବେଳେ ଏବେ ଚାରି ଦିନରେ ପାରଦ ୫ ଡିଗ୍ରୀ ଖସିଥିବା ବେଳେ ଶୀତର ପ୍ରକୋପ ବୃଦ୍ଧି ପାଇଛି । ଏବେ ଦାରିଙ୍ଗବାଡିର ତାପମାତ୍ରା ୯.୫ ଡିଗ୍ରୀ ରହିଥିବା ବେଳେ ଫୁଲବାଣୀର ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ଜିଲ୍ଲାର ଅନ୍ୟ ସ୍ଥାନରେ ଘନ କୁହୁଡି ସାଙ୍ଗକୁ ଶୀତର ପ୍ରକୋପ ଅନୁଭୂତ ହେଉଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଗାମୀ ୭ ଦିନ ଯାଏଁ ପାଗ ଶୁଖିଲା ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ