Masthead

ଆଜି ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷିବ, ୯ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାଶ୍ୱର୍ବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପରେ ରହିଛି ଘୂର୍ଣ୍ଣିବଳୟ । ୨୪ ଘଣ୍ଟା ଭିତରେ ଏହା ଲଘୁଚାପ ରୂପ ନେବ । ମାତ୍ର ଏହାର ପ୍ରଭାବ ଓଡ଼ିଶା ଉପରେ ଅଧିକ ଲମ୍ବା ସମୟ ରହିବନି । ଆଜି ରାଜ୍ୟର ଉତ୍ତର ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହେବ । କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ଦେବଗଡ଼, ଭଦ୍ରକ, ଯାଜପୁର, ସମ୍ବଲପୁର, ବରଗଡ଼ର ଅଧିକାଂଶ ଅଞ୍ଚଳରେ ଆଜି ବର୍ଷା ହେବାର ସମ୍ଭାବନା ଅଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର, ଦେବଗଡ଼ ଓ ବରଗଡ଼ ଜିଲ୍ଲାରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ୩ରୁ ବର୍ଷା ପରିମାଣ କମିବ । ୪ ଓ ୫ରେ ଉତ୍ତର ଉପକୂଳର ଅନେକ ସ୍ଥାନ ସହ କିଛି ଜାଗାରେ ବର୍ଷା ହୋଇପାରେ । ଆସନ୍ତା ୨୪ ଘଣ୍ଟା ଭିତରେ ପ୍ରବଳ ବର୍ଷା ନେଇ ସତର୍କତା ପଦକ୍ଷେପ ନେବାକୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଏପଟେ ଭାରତୀୟ ପାଣିପାଗ ବିଭାଗ ଅଗଷ୍ଟ ଓ ସେପ୍ଟେମ୍ବର ପାଇଁ ମୌସୁମୀ ବର୍ଷାର ପୂର୍ବାନୁମାନ ଜାରି କରିଛି ।

ସାରା ଦେଶରେ ଏହି ୨ ମାସରେ ଭଲ ବର୍ଷା ସମ୍ଭାବନା ଅଛି । ଦେଶରେ ସ୍ୱାଭାବିକ ଠାରୁ ଅଧିକ ପରିମାଣ ବର୍ଷା ହୋଇପାରେ ।ସମ୍ଭାବ୍ୟ ଚିତ୍ର ଅନୁସାରେ ଅଗଷ୍ଟ ଓ ସେପ୍ଟେମ୍ବର ମାସରେ ଓଡ଼ିଶାରେ ବି ଭଲ ବର୍ଷା ହେବା ନେଇ ଅନୁମାନ କରାଯାଉଛି । ଚଳିତ ଅଗଷ୍ଟ ମାସରେ ରାଜ୍ୟରେ ଭଲ ବର୍ଷା ହୋଇପାରେ । ମାତ୍ର ଦକ୍ଷିଣ ଓଡ଼ିଶାରେ ବର୍ଷା ପରିମାଣ କମିପାରେ । ଦକ୍ଷିଣରେ ବର୍ଷା ନିଅଣ୍ଟିଆ ରହିବା ଆଶଙ୍କା ରହିଛି । ବିଶେଷ କରି କଳାହାଣ୍ଡି, ରାୟଗଡ଼ା ଓ ଗଜପତିରେ ବର୍ଷା ପରିମାଣ କମିବା ଅନୁମାନ କରାଯାଉଛି । ହେଲେ ରାଜ୍ୟର କେନ୍ଦ୍ରୀୟ, ଉତ୍ତର, ପଶ୍ଚିମ ଓ ଉପକୂଳରେ ଭଲ ବର୍ଷା ସମ୍ଭାବନା ଅଛି । ଉଭୟ ଅଗଷ୍ଟ ଓ ସେପ୍ଟେମ୍ବର ପୂର୍ବାନୁମାନ ଚିତ୍ର ଦେଖିଲେ ରାଜ୍ୟରେ ମୌସୁମୀ ଶେଷ ପର୍ୟ୍ୟନ୍ତ ଭଲ ବର୍ଷା ଦେବା ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ