Masthead

ଘନୀଭୂତ ହେଉଛି ଲଘୁଚାପ, ପୁଣି ୬ ତାରିଖ ପରେ ବଢ଼ିବ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶୁକ୍ରବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗୁରୁବାର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଦକ୍ଷିଣ ବାଂଲାଦେଶ ନିକଟରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଶୁକ୍ରବାର ସକାଳ ସାଢ଼େ ୫ଟାରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ପାର୍ଶ୍ୱବର୍ତ୍ତୀ ଝାଡ଼ଖଣ୍ଡର ପାଖାପାଖି ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୬ ତାରିଖରୁ ରାଜ୍ୟରେ ପୁଣି ବର୍ଷା ବଢ଼ିବ । ପଶ୍ଚିମ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତରରେ ଅଧିକ ବର୍ଷା ହେବ। କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବ। ସୁନ୍ଦରଗଡ଼ରୁ ସମ୍ବଲପୁର ଯାଏ ପଶ୍ଚିମ ଓଡ଼ିଶା ଓ ଛତିଶଗଡ଼ରେ ଭାରୀ ବର୍ଷା ହେବ ।

ଆସନ୍ତା ୬ ତାରିଖରେ ଝାଡ଼ଖଣ୍ଡ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ବର୍ଷା ଆହୁରି ବଢ଼ିବ । ୬ ତାରିଖ ସନ୍ଧ୍ୟାରୁ ବର୍ଷା ବଢ଼ିବ । ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରରେ ୮ ତାରିଖ ଯାଏ ବର୍ଷା ହେବ । ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶୁକ୍ରବାର ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାଶ୍ୱର୍ବର୍ତ୍ତୀ ଝାଡ଼ଖଣ୍ଡ ପାଖରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଏହା ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହା ପ୍ରଭାବରେ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଭାରୀ ବର୍ଷା ହୋଇପାରେ । ଏହି ଲଘୁଚାପ କ୍ଷେତ୍ର ରାଜ୍ୟ ଠାରୁ ଦୂରରେ ଥିବାରୁ ଏହାର ବିଶେଷ ପ୍ରଭାବ ରହିବନି। ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ର ଲହୁଣୀପଡ଼ାରେ ୯୦ମିମି ବର୍ଷା ହୋଇଛି । ଟେନ୍ସାରେ ୮୩.୪ମିମି, କଟକ ମାହାଙ୍ଗାରେ ୭୮ ଓ ସୁନ୍ଦରଗଡ଼ର ବଣାଇରେ ୬୨ମିମି ବର୍ଷା ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼