Masthead

ଆଜି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟ ଜାରି ରହିଛି ବର୍ଷା । ୪୮ ଘଣ୍ଟା ଯାଏ ବର୍ଷା । ଏହା ପରେ କମିବ ବର୍ଷାର ପରିମାଣ । ୧୩ତାରିଖରୁ ପୁଣି ବର୍ଷାର ପରିମାଣ ବଢିବ। ଆଗାମୀ ୫ରୁ ୭ଦିନ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଝାଡ଼ଖଣ୍ଡ ଉପରେ ରହିଥିବା ଘୂର୍ଣ୍ଣିବଳୟ ଉତ୍ତର ଓଡିଶା ଓ ଛତିଶଗଡ଼ ଉପରେ ସକ୍ରିୟ ରହିଛି। ଏହାର ପ୍ରଭାବରେ କାଁ ଭାଁ ପ୍ରବଳ ବର୍ଷା ସହ ଅଧିକାଂଶ ସ୍ଥାନରେ ସ୍ପଳ୍ପ ବର୍ଷାର ସମ୍ଭାବନା ରହିଛି ।

ଆଜି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଓ କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ପରେ କମିବ ବର୍ଷାର ପରିମାଣ । ସେପଟେ ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୬ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ଅନ୍ୟପଟେ ତୁହାକୁ ତୁହା ବର୍ଷୁଛି । କେଉଁଠି ମୂଷଳ ଧାରାରେ ତ କେଉଁଠି ଛେଚୁଛି । ଘୂର୍ଣ୍ଣିବଳୟ ସହ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ଲଗାଣ ବର୍ଷା ବେହାଲ କରିଦେଇଛି ଜନଜୀବନକୁ । ତଳିଆ ଅଞ୍ଚଳରେ ପାଣି ପଶିଛି, ଲୋକେ ଜଳବନ୍ଦୀ ହୋଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ