Masthead

ଆଜି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟ ଜାରି ରହିଛି ବର୍ଷା । ୪୮ ଘଣ୍ଟା ଯାଏ ବର୍ଷା । ଏହା ପରେ କମିବ ବର୍ଷାର ପରିମାଣ । ୧୩ତାରିଖରୁ ପୁଣି ବର୍ଷାର ପରିମାଣ ବଢିବ। ଆଗାମୀ ୫ରୁ ୭ଦିନ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଝାଡ଼ଖଣ୍ଡ ଉପରେ ରହିଥିବା ଘୂର୍ଣ୍ଣିବଳୟ ଉତ୍ତର ଓଡିଶା ଓ ଛତିଶଗଡ଼ ଉପରେ ସକ୍ରିୟ ରହିଛି। ଏହାର ପ୍ରଭାବରେ କାଁ ଭାଁ ପ୍ରବଳ ବର୍ଷା ସହ ଅଧିକାଂଶ ସ୍ଥାନରେ ସ୍ପଳ୍ପ ବର୍ଷାର ସମ୍ଭାବନା ରହିଛି ।

ଆଜି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଓ କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ପରେ କମିବ ବର୍ଷାର ପରିମାଣ । ସେପଟେ ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୬ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ଅନ୍ୟପଟେ ତୁହାକୁ ତୁହା ବର୍ଷୁଛି । କେଉଁଠି ମୂଷଳ ଧାରାରେ ତ କେଉଁଠି ଛେଚୁଛି । ଘୂର୍ଣ୍ଣିବଳୟ ସହ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ଲଗାଣ ବର୍ଷା ବେହାଲ କରିଦେଇଛି ଜନଜୀବନକୁ । ତଳିଆ ଅଞ୍ଚଳରେ ପାଣି ପଶିଛି, ଲୋକେ ଜଳବନ୍ଦୀ ହୋଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା