Masthead

୨୦ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯେଉଁଥି ପାଇଁ ୧୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ଜାରି କରାଯାଇଛି ଏବଂ ସତର୍କ ରହିବା ପାଇଁ SRC ପରାମର୍ଶ ଜାରି କରିଛନ୍ତି । ଏଥିପାଇଁ ୧୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର। ଏହି ୧୪ ଜିଲ୍ଲା ହେଉଛି ଅନୁଗୁଳ, ବରଗଡ଼, ବାଲେଶ୍ୱର, ଭଦ୍ରକ, କଟକ, ଢେଙ୍କାନାଳ, ଦେବଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼।

ବର୍ଷା ଯୋଗୁଁ ଅଚାନକ ପାଣି ମାଡ଼ି ଆସିପାରେ ଏବଂ ଜଳବନ୍ଦୀ ସ୍ଥିତି ହେବା ସମ୍ଭାବନା ରହିଛି। ପାହାଡ଼ିଆ ଅଞ୍ଚଳରେ ମାଟି ଅତଡ଼ା ଧସିବାର ଆଶଙ୍କା ଥିବାରୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ କେନାଲ ଓ ନଦୀବନ୍ଧ ଉପରେ ନଜର ରଖିବାକୁ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।  ଆଜି ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ସାନପୁର, ବୌଦ୍ଧ, ବଲାଙ୍ଗୀର ଏବଂ ନୂଆପଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ