Masthead

ଦୁଇ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ୨୪ ଓ ୨୫ ଦୁଇ ଦିନ ଧରି ରାଜ୍ୟର ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ପାଇଁ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୩ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ଆକଳନ କରାଯାଇଛି।

ତେବେ ଉପକୂଳ ଓ ପଶ୍ଚିମ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ। ୨୪ତାରିଖରୁ ବଢ଼ିବ ବର୍ଷାର ପରିମାଣ। ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୫ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି। ସେହିପରି ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର