Masthead

୪ ଦିନ ଭାରି ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦକ୍ଷିଣ ବାଂଲାଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା ଦୁଇଦିନ ମଧ୍ୟରେ ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ମୁହାଁଇବ ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଏବଂ ଝାଡଖଣ୍ଡ ଅଞ୍ଚଳରେ ପହଞ୍ଚିବ। ସକ୍ରିୟ ମୌସୁମୀ ସହ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗିରହିଛି। ଓଡ଼ିଶାରେ ଆସନ୍ତା ୪ ଦିନ ଭାରି ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସୋମବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ବି ଭାରୀ ବର୍ଷା ହୋଇପାରେ । ୨୮ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଭାରୀ ବର୍ଷା ହେବ । ୨୯ ତାରିଖରେ ପଶ୍ଚିମ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ୭୦ରୁ ୧୧୦ମିମି ପର୍ୟ୍ୟନ୍ତ ବର୍ଷା ହୋଇପାରେ । ଅଧିକ ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମିପାରେ । କଚ୍ଚା ରାସ୍ତା ଓ ଘର କ୍ଷତିଗ୍ରସ୍ତ ହେବାର ଆଶଙ୍କା ଅଛି । ଏଥିପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି । ରବିବାର ଭଦ୍ରକରେ ୧୯.୬, ସୁନ୍ଦରଗଡ଼ରେ ୧୯.୨ ଓ କୋରାପୁଟରେ ୧୦.୬ମିମି ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା