୪ ଦିନ ଭାରି ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦକ୍ଷିଣ ବାଂଲାଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା ଦୁଇଦିନ ମଧ୍ୟରେ ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ମୁହାଁଇବ ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଏବଂ ଝାଡଖଣ୍ଡ ଅଞ୍ଚଳରେ ପହଞ୍ଚିବ। ସକ୍ରିୟ ମୌସୁମୀ ସହ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗିରହିଛି। ଓଡ଼ିଶାରେ ଆସନ୍ତା ୪ ଦିନ ଭାରି ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସୋମବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ବି ଭାରୀ ବର୍ଷା ହୋଇପାରେ । ୨୮ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଭାରୀ ବର୍ଷା ହେବ । ୨୯ ତାରିଖରେ ପଶ୍ଚିମ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ୭୦ରୁ ୧୧୦ମିମି ପର୍ୟ୍ୟନ୍ତ ବର୍ଷା ହୋଇପାରେ । ଅଧିକ ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମିପାରେ । କଚ୍ଚା ରାସ୍ତା ଓ ଘର କ୍ଷତିଗ୍ରସ୍ତ ହେବାର ଆଶଙ୍କା ଅଛି । ଏଥିପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି । ରବିବାର ଭଦ୍ରକରେ ୧୯.୬, ସୁନ୍ଦରଗଡ଼ରେ ୧୯.୨ ଓ କୋରାପୁଟରେ ୧୦.୬ମିମି ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ