Masthead

ଶୀତରେ ଥରୁଛି ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଭ୍ୟନ୍ତରରୁ ଉପକୂଳ ପର୍ୟ୍ୟନ୍ତ ସବୁଠି ଶୀତଲହରୀ । ସୁନ୍ଦରଗଡ଼ କିରେଇ ଓ କନ୍ଧମାଳ ଜି. ଉଦୟଗିରିରେ ୮ ଡଗ୍ରୀକୁ ଖସିଲା ସର୍ବନିମ୍ନ ତାପମାତ୍ରା । ଆଗାମୀ ୪ରୁ ୫ ଦିନ ଯାଏଁ ଲାଗି ରହିବ ଏଭଳି ପାଗ । ଅନେକ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି । ଏହାରି ଭିତରେ କୁହୁଡି ବଢିଛି । ବିଭିନ୍ନ ସ୍ଥାନରେ କୁହୁଡି ବଢିଥିବା ଦେଖିବାକୁ ମିଳିଛି ।

ଘନ କୁହୁଡି ଯୋଗୁଁ ୧୦ ମିଟର ପର୍ଯ୍ୟନ୍ତ ରାସ୍ତା ଦେଖାଯାଉନାହିଁ । ସତେ ଯେପରି ଧଳା ଚାଦର ଆସ୍ତରଣରେ ଢାଙ୍କି ହୋଇପଡିଛି । ବର୍ଷା ଛାଡିଲା ପରେ ଜାଡ ଶୀତ ଯୋଗୁଁ ସାଧାରଣଲୋକଙ୍କ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ।ଶୀତ ଦାଉରୁ ରକ୍ଷା ପାଇଁ ନିଆଁ ପୁଇଁ ହେବା ସହ ବିଭିନ୍ନ ପନ୍ଥା ଆପଣାଉଛନ୍ତି ଲୋକେ । ଆଜିଠୁ ରାତି ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇବା ସହ ଶୀତ କମିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ ।

ଗତ ୨୪ଘଣ୍ଟା ମଧ୍ୟରେ କୋରେଇରେ ୮.୩ ଡିଗ୍ରୀ, କନ୍ଧମାଳ ଜି. ଉଦୟଗିରିରେ ୮.୫, କୋରାପୁଟରେ ୯.୫, ଭଦ୍ରକ ରାଣୀତାଲରେ ୯.୬ ଏବଂ ରାଉରକେଲାରେ ୯.୮ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି । ଆଜିଠୁ ରାଜ୍ୟରେ ପଶ୍ଚିମା ବାୟୁ ପ୍ରବାହ କାରଣରୁ କିଛି ସ୍ଥାନରେ ବର୍ଷା ହେବା ସହିତ କୁହୁଡିର ସମ୍ଭାବନା ରହିଛି । ଫଳରେ ଆଜିଠୁ ରାତି ତାପମାତ୍ରାରେ ବୃଦ୍ଧି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ