Masthead

୧୮ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ଆଉଏକ ଲଘୁଚାପ। ପ୍ରଭାବରେ ଆଜିଠୁ ବଢ଼ିବ ବର୍ଷା। ଆଜି ପଶ୍ଚିମ କେନ୍ଦ୍ରୀୟ ଏବଂ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଫଳରେ ଆଜିଠାରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା ନେଇ ଆଜି ପାଇଁ ୧୮ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ବିଶେଷକରି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ଦେଖିବାକୁ ମିଳିବ।

ପାଣିପାଗ ବିଭାଗର ଆକଳନ ଅନୁସାରେ ୫ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ରାୟଗଡ଼ା, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏ ସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ୭୦ରୁ ୧୧୦ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

୬ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଜଗତସିଂହପୁର, କଟକ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୭ ଓ ୮ ତାରିଖରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୯, ୧୦ ଓ ୧୧ ତାରିଖରେ ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ାରେ ଭାରୀ ବର୍ଷା ହେବ । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ସବୁଠୁ କମ୍ ବର୍ଷା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ