୧୮ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ଆଉଏକ ଲଘୁଚାପ। ପ୍ରଭାବରେ ଆଜିଠୁ ବଢ଼ିବ ବର୍ଷା। ଆଜି ପଶ୍ଚିମ କେନ୍ଦ୍ରୀୟ ଏବଂ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଫଳରେ ଆଜିଠାରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା ନେଇ ଆଜି ପାଇଁ ୧୮ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ବିଶେଷକରି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ଦେଖିବାକୁ ମିଳିବ।

ପାଣିପାଗ ବିଭାଗର ଆକଳନ ଅନୁସାରେ ୫ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ରାୟଗଡ଼ା, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏ ସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ୭୦ରୁ ୧୧୦ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

୬ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଜଗତସିଂହପୁର, କଟକ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୭ ଓ ୮ ତାରିଖରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୯, ୧୦ ଓ ୧୧ ତାରିଖରେ ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ାରେ ଭାରୀ ବର୍ଷା ହେବ । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ସବୁଠୁ କମ୍ ବର୍ଷା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’