୧୧ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ (ୱେଲ ମାର୍କଡ୍) ରେ ପରିଣତ ହୋଇଛି । ରବିବାର ସୁଦ୍ଧା ଏହା ଅବପାତରେ ପରିଣତ ହୋଇ ଉତ୍ତର ଓଡ଼ିଶା ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ କେନ୍ଦ୍ରୀଭୂତ ହୋଇପାରେ । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୧୧ ତାରିଖ ଯାଏ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି । ୮ ତାରିଖରେ ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏ ସବୁ ସ୍ଥାନରେ ୭୦ରୁ ୨୦୦ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଅଛି । ସେହିଭଳି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ୭୦ରୁ ୧୧୦ମିମି ଯାଏ ବର୍ଷା ସମ୍ଭାବନା ଅଛି ।

୯ ତାରିଖରେ କନ୍ଧମାଳ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ବୌଦ୍ଧ ଓ କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ବୌଦ୍ଧ, ନୂଆପଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, ସୋନପୁର, ବଲାଙ୍ଗିର, ବରଗଡ଼, ଅନୁଗୁଳ, ସମ୍ବଲପୁର ଓ ଦେବଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୧୦ ତାରିଖରେ କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଢେଙ୍କାନାଳ, ବଲାଙ୍ଗିର, ଅନୁଗୁଳ, ସୋନପୁର, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି । ୧୧ ତାରିଖରେ ବି ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ଶନିବାର କେନ୍ଦୁଝରରେ ୨୫.୨ମିମି, ଭୁବନେଶ୍ୱରରେ ୨୨, ଛତ୍ରପୁରରେ ୧୮, କଟକରେ ୧୩.୮, ପାରାଦୀପରେ ୧୨.୪ ଓ ନୂଆପଡ଼ାରେ ୧୧ମିମି ବର୍ଷା ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!