Masthead

୧୧ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ (ୱେଲ ମାର୍କଡ୍) ରେ ପରିଣତ ହୋଇଛି । ରବିବାର ସୁଦ୍ଧା ଏହା ଅବପାତରେ ପରିଣତ ହୋଇ ଉତ୍ତର ଓଡ଼ିଶା ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ କେନ୍ଦ୍ରୀଭୂତ ହୋଇପାରେ । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୧୧ ତାରିଖ ଯାଏ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି । ୮ ତାରିଖରେ ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏ ସବୁ ସ୍ଥାନରେ ୭୦ରୁ ୨୦୦ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଅଛି । ସେହିଭଳି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ୭୦ରୁ ୧୧୦ମିମି ଯାଏ ବର୍ଷା ସମ୍ଭାବନା ଅଛି ।

୯ ତାରିଖରେ କନ୍ଧମାଳ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ବୌଦ୍ଧ ଓ କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ବୌଦ୍ଧ, ନୂଆପଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, ସୋନପୁର, ବଲାଙ୍ଗିର, ବରଗଡ଼, ଅନୁଗୁଳ, ସମ୍ବଲପୁର ଓ ଦେବଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୧୦ ତାରିଖରେ କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଢେଙ୍କାନାଳ, ବଲାଙ୍ଗିର, ଅନୁଗୁଳ, ସୋନପୁର, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି । ୧୧ ତାରିଖରେ ବି ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ଶନିବାର କେନ୍ଦୁଝରରେ ୨୫.୨ମିମି, ଭୁବନେଶ୍ୱରରେ ୨୨, ଛତ୍ରପୁରରେ ୧୮, କଟକରେ ୧୩.୮, ପାରାଦୀପରେ ୧୨.୪ ଓ ନୂଆପଡ଼ାରେ ୧୧ମିମି ବର୍ଷା ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା