Masthead

ଆଜି ବି ବର୍ଷିବ, ମୟୂରଭଞ୍ଜକୁ ରେଡ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଂଚଳିକ ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଆଜି ସକାଳ ୮ଟା ୩୦ରୁ ଆସନ୍ତାକାଲି ସକାଳ ୮ଟା ୩୦ ଭିତରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜକୁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ଅନ୍ୟପଟେ ବର୍ଷା ଆଶଙ୍କା ଥିବାରୁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ଏସ୍‌ଆର୍‌ସି । ସେହିଭଳି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ, ବାଲେଶ୍ୱର ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। ବର୍ଷା ସମୟରେ ସମୁଦ୍ର ମଧ୍ୟରେ ଘଣ୍ଟାପ୍ରତି ୫୦ ରୁ ୬୦ କିମି ପବନ ବହିବାର ସମ୍ଭାବନା ରହିଛି । ଏଣୁ ମସô୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ତେବେ ୧୭ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ହ୍ରାସ ପାଇବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ