Masthead

୪ ଦିନ ପ୍ରବଳ ବର୍ଷିବ, ୧୨ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ମିଆଁମାରର ଦକ୍ଷିଣ ଉପକୂଳ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ପଶ୍ଚିମ-ଉତ୍ତର ଦିଗରେ ଗତି କରୁଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ୨୬ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ସେହିପରି ଆସନ୍ତାକାଲି ପାଇଁ ୮ ଜିଲ୍ଲା, ୨୫ ତାରିଖ ପାଇଁ ୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟରେ ୨୭ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ମୟୂରଭଂଜରେ ସର୍ବାଧିକ ୫୬ ମିମି ବର୍ଷା ରେକର୍ଡ ହୋଇଛି ।

ତେବେ ୨୩ରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୪ରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ନବରଙ୍ଗପୁରରେ ୭୦ରୁ ୧୧୦ ମିମି ବର୍ଷା ହୋଇପାରେ । ୨୫ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର ଓ ବରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ