Masthead

ବଢିବ ଶୀତ, ପଡ଼ିବ କୁହୁଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୀପାବଳିରୁ ରାଜ୍ୟରେ ଥଣ୍ଡା ଅନୁଭୂତ ହେବ । ୩୧ରୁ ଉତ୍ତର ଭାରତ ପଟୁ ଥଣ୍ଡା ପବନ ବହିବ । ଭୁବନେଶ୍ୱର ସମେତ ଉପକୂଳ ଜିଲ୍ଲାରେ ଆସନ୍ତା ୧ ତାରିଖରୁ ସର୍ବନିମ୍ନ ତାପମାତ୍ରା କମିବ । ବୁଧବାର ଉତ୍ତର ଆଭ୍ୟନ୍ତରୀଣର କିଛି ଜାଗାରେ ହାଲୁକା ବର୍ଷା ହୋଇପାରେ । ଗୁରୁବାର ପଶ୍ଚିମ-ଉତ୍ତର ପଶ୍ଚିମ ଓଡ଼ିଶାରେ ମେଘୁଆ ପାଗ ସହିତ ହାଲୁକା ବର୍ଷା ସମ୍ଭାବନା ଅଛି । କେନ୍ଦ୍ରୀୟ ଭାରତରେ ବୁଧବାର ସୁଦ୍ଧା ଏକ ଗୁରୁଚାପ ବଳୟ ସକ୍ରିୟ ହୋଇପାରେ।

ଏହା ପରଠାରୁ ରାଜ୍ୟ ବାୟୁମଣ୍ଡଳରେ ଗତ କିଛିଦିନ ହେଲା ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଦୁର୍ବଳ ହେବ। ଏଥିସହ ନଭେମ୍ବର ଆରମ୍ଭରୁ ରାଜ୍ୟରେ ଶୀତ ବଢ଼ିପାରେ। ସେହିପରି ବୁଧବାର ରାଜଧାନୀ ଭୁବନେଶ୍ୱର ସମେତ କଟକ, ଭଦ୍ରକ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ଅନୁଗୋଳ, ନୟାଗଡ଼, କନ୍ଧମାଳ, ଗଜପତି, ରାୟଗଡ଼ା, ନବରଙ୍ଗପୁର, ଦେବଗଡ଼, ଗଞ୍ଜାମ ଓ ମାଲକାନଗିରି ଜିଲାର କିଛି ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା, କୋରାପୁଟ ଓ ରାୟଗଡ଼ା ଆଦି ଜିଲାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାରୁ ସମ୍ପୃକ୍ତ ଜିଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା