Masthead

ବଢିବ ଶୀତ, ପଡ଼ିବ କୁହୁଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୀପାବଳିରୁ ରାଜ୍ୟରେ ଥଣ୍ଡା ଅନୁଭୂତ ହେବ । ୩୧ରୁ ଉତ୍ତର ଭାରତ ପଟୁ ଥଣ୍ଡା ପବନ ବହିବ । ଭୁବନେଶ୍ୱର ସମେତ ଉପକୂଳ ଜିଲ୍ଲାରେ ଆସନ୍ତା ୧ ତାରିଖରୁ ସର୍ବନିମ୍ନ ତାପମାତ୍ରା କମିବ । ବୁଧବାର ଉତ୍ତର ଆଭ୍ୟନ୍ତରୀଣର କିଛି ଜାଗାରେ ହାଲୁକା ବର୍ଷା ହୋଇପାରେ । ଗୁରୁବାର ପଶ୍ଚିମ-ଉତ୍ତର ପଶ୍ଚିମ ଓଡ଼ିଶାରେ ମେଘୁଆ ପାଗ ସହିତ ହାଲୁକା ବର୍ଷା ସମ୍ଭାବନା ଅଛି । କେନ୍ଦ୍ରୀୟ ଭାରତରେ ବୁଧବାର ସୁଦ୍ଧା ଏକ ଗୁରୁଚାପ ବଳୟ ସକ୍ରିୟ ହୋଇପାରେ।

ଏହା ପରଠାରୁ ରାଜ୍ୟ ବାୟୁମଣ୍ଡଳରେ ଗତ କିଛିଦିନ ହେଲା ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଦୁର୍ବଳ ହେବ। ଏଥିସହ ନଭେମ୍ବର ଆରମ୍ଭରୁ ରାଜ୍ୟରେ ଶୀତ ବଢ଼ିପାରେ। ସେହିପରି ବୁଧବାର ରାଜଧାନୀ ଭୁବନେଶ୍ୱର ସମେତ କଟକ, ଭଦ୍ରକ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ଅନୁଗୋଳ, ନୟାଗଡ଼, କନ୍ଧମାଳ, ଗଜପତି, ରାୟଗଡ଼ା, ନବରଙ୍ଗପୁର, ଦେବଗଡ଼, ଗଞ୍ଜାମ ଓ ମାଲକାନଗିରି ଜିଲାର କିଛି ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା, କୋରାପୁଟ ଓ ରାୟଗଡ଼ା ଆଦି ଜିଲାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାରୁ ସମ୍ପୃକ୍ତ ଜିଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ