Masthead

ଖସୁଛି ତାପମାତ୍ର, ବଢୁଛି ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଦଳୁଛି ପାଣିପାଗ । ଖସୁଛି ତାପମାତ୍ରା । ବଢୁଛି ଶୀତ । ରାଜ୍ୟର ୧୫ ସହରର ରାତି ତାପମାତ୍ରା ୨୦ ଡିଗ୍ରୀ ତଳେ ରହିଛି । ଫୁଲବାଣୀରେ ସବୁଠୁ କମ୍ ବା ୧୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଦାରିଙ୍ଗିବାଡ଼ିରେ ରାତି ତାପମାତ୍ରା ୧୬.୫ ଓ ନବରଙ୍ଗପୁରରେ ୧୬.୬ ଡିଗ୍ରୀ ରହିଥିଲା । ବିଭିନ୍ନ ସ୍ଥାନରେ ଏବେ ଶୀତ ଅନୁଭୂତ ହେବା ଆରମ୍ଭ ହୋଇଛି । ରାତି ବେଳା ତାପମାତ୍ରା ଖସିଯାଉଛି ।

ଭବାନୀପାଟଣା ଓ ରାୟଗଡ଼ାରେ ୧୭ଡିଗ୍ରୀ, କୋରାପୁଟରେ ୧୭.୮, ବଲାଙ୍ଗୀରରେ ୧୭.୯, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ୧୮.୨, ଅନୁଗୁଳରେ ୧୮.୬, ରାଉରକେଲାରେ ୧୮.୮, ହୀରାକୁଦରେ ୧୯.୧, ସୋନପୁର ଓ ଟିଟିଲାଗଡ଼ରେ ୨୦, ମାଲକାନଗିରିରେ ସର୍ବନିମ୍ନ ତାପମାତ୍ରା ୨୦.୫ ଡିଗ୍ରୀ ରେକର୍ଡ ହୋଇଛି । ସେହିଭଳି ୭ ଓ ୮ ତାରିଖରେ ପୁରୀ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ନୟାଗଡ଼ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ