Masthead

ଚାରିଆଡ଼େ ଧୂଆଁ ଧୂଆଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୀତରେ ଥରୁଛି ଓଡ଼ିଶା। ତାପମାତ୍ରା ହ୍ରାସ ସହ ସବୁଠି ଶୀତର ଦାଉ । ଘନକୁହୁଡି଼ ଯୋଗୁ ରାସ୍ତାଘାଟ ବି ହେଉଛି ଅସ୍ପଷ୍ଟ । ଚାରିଆଡ଼ ଖାଲି ଧୂଆଁ ଧୂଆଁ । ଗତକାଲି ଫୁଲବାଣୀରେ ୧୧ ଡିଗ୍ରୀ,ଦାରିଙ୍ଗିବାଡ଼ିରେ ୯.୫ ଡିଗ୍ରୀ ଓ ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ରେକର୍ଡ କରାଯାଇଥିଲା । ସେପଟେ ଘନ କୁହୁଡ଼ି ଯୋଗୁଁ ଯାନବାହାନ ଚଳାଚଳରେ ମଧ୍ୟ ସମସ୍ୟା ସୃଷ୍ଟି ହେଉଥିବା ଦେଖିବାକୁ ମିଳିଛି ।

ବାୟୁମଣ୍ଡଳରେ ଜଳୀୟବାଷ୍ପରର ପରିମାଣ ବୃଦ୍ଧି ହେବା ସହ ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ବୃଦ୍ଧି ହୋଇଛି । ଫଳରେ ଜାଡ କମିବା ସହ ଘନ କୁହୁଡି ଦେଖାଦେଉଛି । ଆସନ୍ତା ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ରହିବ । ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ବିଭିନନ୍ନ ଜିଲ୍ଲା ଘନ କୁହୁଡ଼ି ନେଇ ସତର୍କତା ଜାରି କରାଯାଇଛି । ଆଜି ପାଇଁ ୧୬ଜିଲ୍ଲାରେ ଘନ କୁହୁଡ଼ି ପଡ଼଼ିବା ନେଇ ସତର୍କତା ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ