Masthead

ଚଳିତ ବର୍ଷ ରାଜ୍ୟରେ କମ୍ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚଳିତବର୍ଷ ରାଜ୍ୟରେ କମ୍‌ ଶୀତ ଅନୁଭୂତ ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ । ବାକି ଅଞ୍ଚଳରେ ବି ରାତି ତାପମାତ୍ରା ବିଶେଷ ଖସିବନି । ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଏଭଳି ପୂର୍ବାନୁମାନ କରିଛି । ଡିସେମ୍ବର ମାସରୁ ଫେବ୍ରୁଆରୀ ମାସ ଯାଏ ରାଜ୍ୟରେ ସମ୍ଭାବ୍ୟ ପାଣିପାଗ ସ୍ଥିତିକୁ ନେଇ ଆଇଏମ୍‌ଡି କରିଥିବା ଆକଳନରୁ ଏହା ଜଣାପଡ଼ିଛି ।

ଆସନ୍ତା ତିନି ମାସ ଯାଏ ରାତି ତାପମାତ୍ରା ଭଳି ଦିନ ରହିବ । ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ଦିନ ତାପମାତ୍ରା ଅଧିକ ରହିବ । ସେହିଭଳି ରାଜ୍ୟରେ ଶୀତ ଲହରୀ ଆଦୌ ରହିବନି । ସେହିଭଳି ଡିସେମ୍ବର ମାସରେ ରାଜ୍ୟର ସବୁ ଅଞ୍ଚଳରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ । ଫଳରେ ଅଧିକ ଶୀତ ଅନୁଭୂତ ହେବନି । ସେହିଭଳି ଏ ମାସରେ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି । ସେହିଭଳି ଉତ୍ତର ଓଡ଼ିଶା, ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି ବୋଲି ଆଇଏମ୍‌ଡି ଆକଳନ କରିଛି । ୩ରୁ ୫ ତାରିଖ ଯାଏ କିଛି ଜିଲ୍ଲାରେ କାଁ ଭାଁ ବର୍ଷା ସମ୍ଭାବନା ଅଛି । ୬ରୁ ୮ ତାରିଖ ଯାଏ ପାଗ ଶୁଖିଲା ରହିବ । ଆସନ୍ତା ୪ରୁ ୫ ଦିନ ଯାଏ ରାଜ୍ୟର ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

ସେପଟେ ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେଉଛି। ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସମ୍ବଲପୁର, ପୁରୀ, କନ୍ଧମାଳ, ଖୋର୍ଦ୍ଧା, ମୟୂରଭଞ୍ଜ ଆଦି ଜିଲାରେ ଝିପିଝିପି ବର୍ଷା ହୋଇଛି। ଅନ୍ୟପଟେ କଳାହାଣ୍ଡି ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ